ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ କାଳବୈଶାଖୀ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୫ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ମୟୂରଭଞ୍ଜ
ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ କାଳବୈଶାଖୀ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୫ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି., ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ଏବଂ ଆଉ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ସୁଦ୍ଧା କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande