
ଭୁବନେଶ୍ୱର, ୫ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ସର୍ବାଧିକ ୩୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦ୍ରାପଡା ଜିଲ୍ଲାର ଆଳିରେ ୩୫.୦ ମି.ମି., ଯାଜପୁର ଜିଲ୍ଲାର ବରୀରେ ୨୮.୨ ମି.ମି., ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦରେ ୨୬.୦ ମି.ମି., କେନ୍ଦ୍ରାପଡା ଜିଲ୍ଲାର ରାଜନଗରରେ ୨୫.୦ ମି.ମି., ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୧୭.୦ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୧୪.୨ ମି.ମି., କେନ୍ଦ୍ରାପଡା ଜିଲ୍ଲାର ରାଜକନିକାରେ ୧୪.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ମନ୍ଦିରାଡ୍ୟାମ୍ ରେ ୧୩.୪ ମି.ମି., ଭଦ୍ରକ ଜିଲ୍ଲାର ଭଦ୍ରକରେ ୧୩.୦ ମି.ମି., ଯାଜପୁର ଜିଲ୍ଲାର ଯାଜପୁର (ପିଟିଓ)ରେ ୧୨.୪ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ୧୦.୬ ମି.ମି. ଏବଂ କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୧୦.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ