ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର, ୬ ଅପ୍ରେଲ (ହି.ସ.)- ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ
ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ସଭାଗୃହ ଠାରେ ଅନୁଷ୍ଠିତ  ।  ବିଭିନ୍ନ ପ୍ରକାରର ୫୪ (ଚଉବନ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

ସୁବର୍ଣ୍ଣପୁର, ୬ ଅପ୍ରେଲ (ହି.ସ.)- ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ସର୍ବମୋଟ ୫୪ (ଚଉବନ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୪୪ଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି। ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରତୀକ କରଙ୍କ ତତ୍ୱାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା।

ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଅଶ୍ୱିନୀ କୁମାର ମେହେର, ଉପ-ଜିଲ୍ଲାପାଳ ଡଃ. ସୌମ୍ୟ ରୁପା ରଥ, ଡେପୁଟି କଲେକ୍ଟର (ଅଭିଯୋଗ ଶୁଣାଣୀ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ବୃନ୍ଦଙ୍କ ସହିତ ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ ଏବଂ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦାନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande