
ସମ୍ବଲପୁର, ୦୬, ଏପ୍ରିଲ୍ (ହି.ସ.) - ଆଜି କୁଚିଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଜନ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୩୪ ଟି ଅଭିଯୋଗ ଆବେଦନ ଗ୍ରହଣ କରାଯାଇ ଥିଲା । ସେଥି ମଧ୍ୟରୁ ୨୩ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୧୧ଟି ସମସ୍ୟା ଗ୍ରାମୀଣ ସମସ୍ୟା ସହିତ ଜଡିତ ଥିଲା । ଆଜିର ଏହି ଜନ ଅଭିଯୋଗ ଶୁଣାଣିରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ଶୈଳେଶ