ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୬ ଅପ୍ରେଲ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ୬ ତାରିଖ ସକାଳ ଠାରୁ ଆସନ୍ତା ୧୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୨ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗ
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା


ଭୁବନେଶ୍ୱର, ୬ ଅପ୍ରେଲ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ୬ ତାରିଖ ସକାଳ ଠାରୁ ଆସନ୍ତା ୧୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୨ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande