
ଭୁବନେଶ୍ୱର, ୬ ଅପ୍ରେଲ (ହି.ସ.)- କାଳବୈଶାଖୀ ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା (ମୟୂରଭଞ୍ଜ, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୯ ଜିଲ୍ଲା(କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି., ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଆଉ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା, ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ସୁଦ୍ଧା କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ