ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ
ଭୁବନେଶ୍ୱର, ୦୬ ଏପ୍ରିଲ (ହି.ସ)- ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ ହୋଇଛନ୍ତି। ସୋମବାର ଦିନ ଏନେଇ ଲୋକ ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଫେସର ଚଣ୍ଡୀପ୍ରସାଦ ନନ୍ଦ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି। ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର
ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ


ଭୁବନେଶ୍ୱର, ୦୬ ଏପ୍ରିଲ (ହି.ସ)- ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ ହୋଇଛନ୍ତି। ସୋମବାର ଦିନ ଏନେଇ ଲୋକ ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଫେସର ଚଣ୍ଡୀପ୍ରସାଦ ନନ୍ଦ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି। ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ରେଭେନ୍ସା ବିଶ୍ୱବିଦ୍ୟାଳୟ କୁଳପତି ହୋଇଥିବା ବେଳେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଫକୀର ମୋହନ ବିଶ୍ୱବିଦ୍ୟାଳୟ କୁଳପତି , ପ୍ରଫେସର ସଞ୍ଜୟ କୁମାର ପାତ୍ର ଧରଣୀଧର ବିଶ୍ୱବିଦ୍ୟାଳୟ କୁଳପତି , ପ୍ରଫେସର ବ୍ୟୋମକେଶ ତ୍ରିପାଠୀ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ କୁଳପତି , ପ୍ରଫେସର ଅସୀମା ସାହୁ ଖଲ୍ଲିକୋଟ ୟୁନିଟାରୀ ବିଶ୍ୱବିଦ୍ୟାଳୟ କୁଳପତି , ପ୍ରଫେସର ପବନ କୁମାର ଅଗ୍ରୱାଲ ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ଏବଂ ପ୍ରଫେସର ଶିବରାମ ତ୍ରିପାଠୀ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି ମହାରାଜା ଶ୍ରୀରାମ ଚନ୍ଦ୍ର ଭଂଜଦେଓ ବିଶ୍ୱବିଦ୍ୟାଳୟ କୁଳପତି , ପ୍ରଫେସର ବିଭୂତି ଭୂଷଣ ମଲିକ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କୁଳପତି , ପ୍ରଫେସର ଜ୍ୟୋସ୍ନା କେବି ରାଉତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କୁଳପତି , ପ୍ରଫେସର ପ୍ରଭାତ କୁମାର ମହାପାତ୍ର ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି , ପ୍ରଫେସର ହୃଷିକେଶ ସେନାପତି ବିକ୍ରମ ଦେବ ବିଶ୍ୱବିଦ୍ୟାଳୟ କୁଳପତି ଏବଂ ପ୍ରଫେସର ସତ୍ୟନାରାୟଣ ଆଚାର୍ଯ୍ୟ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande