
ଭୁବନେଶ୍ୱର, 06 ଏପ୍ରିଲ୍ (ହି.ସ.)- ବିଜେପି ପ୍ରତିଷ୍ଠା ଦିବସର ଶୁଭକାମନା ଜଣାଇଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ବିଶ୍ୱର ସର୍ବବୃହତ ରାଜନୈତିକ ଦଳ ଭାରତୀୟ ଜନତା ପାର୍ଟିର ୪୭ତମ ପ୍ରତିଷ୍ଠା ଦିବସ ଅବସରରେ
ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି|
ମନ୍ତ୍ରୀ କହିଛନ୍ତି ଯେ, ଆସନ୍ତୁ ଏକ ବିକଶିତ ଭାରତ ଗଠନ ସହ
ଦେଶବାସୀଙ୍କ କଲ୍ୟାଣ ପାଇଁ ସମସ୍ତେ ଏକତ୍ରିତ ହୋଇ ନିଷ୍ଠାପର ଭାବେ କାର୍ଯ୍ୟ କରିବା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା