ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଞ୍ଜାମ ଜିଲ୍ଲାର ଶେରଗଡ଼ରେ ସର୍ବାଧିକ ୧୦୫.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୭ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ଶେରଗଡ଼ରେ ସର୍ବାଧିକ ୧୦୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବରଗଡ଼ ଜିଲ୍ଲାର ଅତାବିରାରେ ୭୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁକୃଳିରେ ୪୬.୦ ମି
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଞ୍ଜାମ ଜିଲ୍ଲାର ଶେରଗଡ଼ରେ ସର୍ବାଧିକ ୧୦୫.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୭ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ଶେରଗଡ଼ରେ ସର୍ବାଧିକ ୧୦୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବରଗଡ଼ ଜିଲ୍ଲାର ଅତାବିରାରେ ୭୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁକୃଳିରେ ୪୬.୦ ମି.ମି., ରରୁଆଁରେ ୪୫.୨ ମି.ମି., କଟକ ଜିଲ୍ଲାର ଆଠଗଡ଼ରେ ୪୧.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ୩୭.୨ ମି.ମି., ସାରସକଣାରେ ୩୪.୦ ମି.ମି., କପ୍ତିପଦାରେ ୩୩.୦ ମି.ମି., ନୱାନାରେ ୩୧.୪ ମି.ମି., ଭଦ୍ରକ ଜିଲ୍ଲାର ଭଦ୍ରକରେ ୩୧.୦ ମି.ମି., ଗଞ୍ଜାମ ଜିଲ୍ଲାର ପୁରୁଷୋତମପୁରରେ ୩୦.୪ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୩୦.୪ ମି.ମି. ଏବଂ କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ୨୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande