

ଭୁବନେଶ୍ୱର, ୯ ଅପ୍ରେଲ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୧୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୫ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ