

ଭୁବନେଶ୍ୱର, ୯ ଅପ୍ରେଲ (ହି.ସ.)- କାଳବୈଶାଖୀ ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ଓ ପବନର ସମ୍ଭାବନା ନେଇ ୪ ଜିଲ୍ଲା(ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି., ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ