
ଭୁବନେଶ୍ୱର, ୯ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବାଲେଶ୍ୱର ଜିଲ୍ଲାର ଖଇରାରେ ସର୍ବାଧିକ ୮୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କଟକ ଜିଲ୍ଲାର ବାଙ୍କୀରେ ୬୫.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁରରେ ୬୪.୦ ମି.ମି., କେନ୍ଦୁଝର ଜିଲ୍ଲାର ଘସିପୁରାରେ ୫୩.୩ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୪୬.୨ ମି.ମି., ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ୪୩.୫ ମି.ମି., ନିମାପଡ଼ାରେ ୪୨.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ୪୦.୦ ମି.ମି., କେନ୍ଦୁଝର ଜିଲ୍ଲାର ଆନନ୍ଦପୁରରେ ୩୭.୮ ମି.ମି., ବାଲେଶ୍ୱର ଜିଲ୍ଲାର ସୋରରେ ୩୭.୦ ମି.ମି., ବାହାନଗାରେ ୩୫.୦ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହିରେ ୩୫.୦ ମି.ମି. ଏବଂ ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୩୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ