ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୦ ମଇ (ହି.ସ.)- ମଇ ୧୦ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୦ ମଇ (ହି.ସ.)- ମଇ ୧୦ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ସୁଦ୍ଧା ୧୫ ଜିଲ୍ଲା, ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା, ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା ଏବଂ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୫ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande