ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : ବରଗଡ଼ ଜିଲ୍ଲାର ବରଗଡ଼ରେ ସର୍ବାଧିକ ୪୨.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୦ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବରଗଡ଼ ଜିଲ୍ଲାର ବରଗଡ଼ରେ ସର୍ବାଧିକ ୪୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦୁଝର ଜିଲ୍ଲାର ଘସିପୁରାରେ ୩୭.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ୩୨.୦ ମି.ମି.
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : ବରଗଡ଼ ଜିଲ୍ଲାର ବରଗଡ଼ରେ ସର୍ବାଧିକ ୪୨.୪ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୦ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବରଗଡ଼ ଜିଲ୍ଲାର ବରଗଡ଼ରେ ସର୍ବାଧିକ ୪୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କେନ୍ଦୁଝର ଜିଲ୍ଲାର ଘସିପୁରାରେ ୩୭.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ୩୨.୦ ମି.ମି., ବରଗଡ଼ ଜିଲ୍ଲାର ବିଜେପୁରରେ ୩୧.୦ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହିରେ ୩୦.୧ ମି.ମି., ଭଦ୍ରକ ଜିଲ୍ଲାର ତିହିଡ଼ିରେ ୩୦.୦ ମି.ମି., ଦେବଗଡ଼ ଜିଲ୍ଲାର ରିଆମାଳରେ ୨୭.୪ ମି.ମି., ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୨୭.୦ ମି.ମି., ନୂଆପଡ଼ା ଜିଲ୍ଲାର ସିନାପାଲିରେ ୨୫.୦ ମି.ମି., ଭଦ୍ରକ ଜିଲ୍ଲାର ବନ୍ତରେ ୨୪.୦ ମି.ମି., ବରଗଡ଼ ଜିଲ୍ଲାର ବରପାଲିରେ ୨୩.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବହଳଦାରେ ୨୨.୦ ମି.ମି. ଏବଂ ସୁନ୍ଦରଗଡ଼ ଜିଲ୍ଲାର ମନ୍ଦିରାଡ୍ୟାମ୍ ରେ ୨୧.୫ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande