ଲକ୍ଷ୍ମୀପୁର ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅଭିଯୋଗ ଶୁଣାଣି ଶିବିର
ଜୟପୁର, ୧୧ ମଇ (ହି.ସ.)- କୋରାପୁଟ ଜିଲ୍ଲା ପ୍ରଶାସନ ତରଫରୁ ଲକ୍ଷ୍ମୀପୁର ବ୍ଲକ କାର୍ଯ୍ୟାଳୟ ସଭା ଗୃହ ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ
ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର


ଜୟପୁର, ୧୧ ମଇ (ହି.ସ.)- କୋରାପୁଟ ଜିଲ୍ଲା ପ୍ରଶାସନ ତରଫରୁ ଲକ୍ଷ୍ମୀପୁର ବ୍ଲକ କାର୍ଯ୍ୟାଳୟ ସଭା ଗୃହ ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ଏଥିରେ ମୋଟ ୨୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ୮ ଟି ଓ ଗୋଷ୍ଠୀଗତ ସମସ୍ୟାର ୧୩ ଟି ଅଭିଯୋଗର ଶୁଣାଣି କରାଯାଇଛି I ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା।

ଲକ୍ଷ୍ମୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆମ୍ବିତ ମହାନ୍ତି, ଉପଜିଲ୍ଲାପାଳ ପ୍ରେମ ଲାଲ୍ ହିଆଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡଃ. ଶିବ ସାଇ ସ୍ଵରୂପ, ଲକ୍ଷ୍ମୀପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଆଇ କୁଲେଶିକା ଓ ତହସିଲଦାର ନୈବେଦ୍ୟ ଭୋଇ ପ୍ରମୁଖ ଉପସ୍ଥିତ ଥିବାବେଳେ ପ୍ରତ୍ୟେକ ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande