ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ନୂଆପଡା, ୧୧ ମଇ(ହି.ସ.) – ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ, ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ ଏ ମାଧବିଲତା, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଅ, ଉ
Grivance at khariar block


ନୂଆପଡା, ୧୧ ମଇ(ହି.ସ.) – ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ, ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ ଏ ମାଧବିଲତା, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଅ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍ ପ୍ରମୁଖ ଉପସ୍ଥିତ ଥିଲେ।

ଆଜି ଶିବିରରେ ୫୬ ଗୋଟି ବ୍ୟକ୍ତିଗତ ଓ ୬ଟି ଗୋଷ୍ଠିଗତ, ମୋଟ ୬୨ଗୋଟି ଅଭିଯୋଗର ଶୁଣାଣୀ ଜିଲ୍ଲାପାଳ କରିଥିଲେ। ସମସ୍ତ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି ୩ ଜଣ ଅସହାୟଙ୍କୁ ରେଡ଼କ୍ରସ୍ ପାଣ୍ଠିରୁ ୫,୦୦୦ ଟଙ୍କା ଲେଖାଏଁ ତୁରନ୍ତ ସହାୟତା ପ୍ରଦାନ କରାଯାଇଥିଲା। ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ଶିବିର ତଥା ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜନ କରାଯାଇଥିଲା।

ଏହି ଅବସରରେ ବାଦି ଗ୍ରାମ ପଂଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଓ ପ୍ଲାଷ୍ଟିକ ମୁକ୍ତ ନୂଆପଡ଼ା ଅଭିଯାନ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗୃହପାଳିତ ପଶୁପକ୍ଷୀମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀ ପାଇଁ ଦିନଟିଏ’ ନାମରେ ଗୋଟିଏ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା।

.......................................

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande