
ଭୁବନେଶ୍ୱର, ୧୧ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୧୩୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାର ଡ଼େରାବିଶରେ ୪୯.୦ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୪୯.୦ ମି.ମି., ଜଗତସିଂହପୁର ଜିଲ୍ଲାର ଆଳିପିଙ୍ଗଳରେ ୨୮.୬, କେନ୍ଦୁଝର ଜିଲ୍ଲାର ଦୈତାରିରେ ୨୩.୬, କଟକ ଜିଲ୍ଲାର ବାଙ୍କୀରେ ୨୨.୦, କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୨୧.୮, ସମ୍ବଲପୁର ଜିଲ୍ଲାର ନାକ୍ଟିଦେଉଳରେ ୨୧.୦, ପୁରୀ ଜିଲ୍ଲାର ପିପିଲିରେ ୨୧.୦, କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇରେ ୧୮.୦, ଯାଜପୁର ଜିଲ୍ଲାର କୋରେଇରେ ୧୬.୦, କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୧୪.୦ ଏବଂ ଗଜପତି ଜିଲ୍ଲାର ନୂଆଗଡ଼ରେ ୧୦.୮ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ