
ଭୁବନେଶ୍ୱର, ୧୧ ମଇ (ହି.ସ.)- ମଇ ୧୧ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ୨୦ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ସୁଦ୍ଧା ୧୭ ଜିଲ୍ଲା, ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା, ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲା, ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୬ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ