
ପୁରୀ, ୧୧ ମଇ (ହି.ସ.)- ଓଡିଶା ଅମଲା ସଂଘର ରାଜ୍ୟସ୍ତରୀୟ ତ୍ରୈବାର୍ଷିକ ସମ୍ମିଳନୀ ଚଳିତ ମାସ ମଇ ୨୬ ଓ ୨୭ ତାରିଖ ଦୁଇ ଦିନ ଧରି ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହେବ । ଏଥିପାଇଁ ଏକ ପ୍ରସ୍ତୁତି ପର୍ବ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଅମଲା ସଂଘର ରାଜ୍ୟ ସଭାପତି ଜ୍ଞାନ ରଞ୍ଜନ ଦାସ, ଉପସଭାପତି ମହେନ୍ଦ୍ର କୁମାର ମହାପାତ୍ର, ପୁରୀ ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ମିଶ୍ର ପ୍ରମୁଖ ଯୋଗଦେଇ ସମ୍ମିଳନୀକୁ ସଫଳ କରିବା ସହ ଅମଲା ମାନଙ୍କ ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ବମନ୍ତ୍ରୀଙ୍କୁ ଜଣାଇବା ପାଇଁ ନିଷ୍ପତ୍ତି ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ବିଜୟ