
ଭୁବନେଶ୍ୱର,୧୨ ମଇ (ହି.ସ)- ବିଜେପିର ପୂର୍ବତନ ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କୁ ତାଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।
ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସରେ ମୁଖ୍ୟମନ୍ତ୍ରୀ ପୋଷ୍ଟ କରିଛନ୍ତି ଆମ ଦଳର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ ସଭାପତି ଶ୍ରୀଯୁକ୍ତ ବସନ୍ତ ପଣ୍ଡାଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା