
ଭୁବନେଶ୍ୱର,୧୨ ମଇ (ହି.ସ)- ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଲେଖିଛନ୍ତି ଶପଥ ଗ୍ରହଣ ଅନୁଷ୍ଠାନ ପରେ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମାଜୀଙ୍କ ସହ ସାକ୍ଷାତ କରିଲି। ନୂତନ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିଥିବାରୁ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା