
ସୁବର୍ଣପୁର, ୧୨ ମଇ(ହି.ସ.) –ମଙ୍ଗଳବାର ଦିନ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରିବା ନିମନ୍ତେ ଏକ ପ୍ରୟୋଗାତ୍ମକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା। ଏହି ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରରେ ଓଡ଼ିଆ ଭାଷା ପ୍ରତିଷ୍ଠାନର ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ, ଡ଼. ସଞ୍ଜୟ କୁମାର ପଣ୍ଡା ଏବଂ ଡ଼. ରମେଶ ଚନ୍ଦ୍ର ମଲ୍ଲିକ ସମ୍ବଳ ବ୍ୟକ୍ତିତ୍ୱ ଭାବେ ଉପସ୍ଥିତ ରହି ଜିଲ୍ଲାର ସମସ୍ତ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ।
ଏହି ଶିବିର ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନଙ୍କ ସହିତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ପ୍ରଶିକ୍ଷଣ ଗ୍ରହଣ କରିଥିଲେ।
.......................................
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ