ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ
ଗଞ୍ଜାମ, ୧୨ ମଇ (ହି.ସ.)- ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବେନ୍ଦାଳିଆ ଗ୍ରାମରେ ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ତିନି ଜଣ ଦୁର୍ବୃତ ଗୋଡାଇ ଗୋଡାଇ ଖଣ୍ଡାରେ ହାଣିଛନ୍ତି । ଯୁବକଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି । ଆହତ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବ୍ରହ୍ମପୁର
ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ


ଗଞ୍ଜାମ, ୧୨ ମଇ (ହି.ସ.)- ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବେନ୍ଦାଳିଆ ଗ୍ରାମରେ ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ତିନି ଜଣ ଦୁର୍ବୃତ ଗୋଡାଇ ଗୋଡାଇ ଖଣ୍ଡାରେ ହାଣିଛନ୍ତି । ଯୁବକଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି । ଆହତ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତି କରିଛନ୍ତି । ପୂର୍ବ ଶତୃତାକୁ କେନ୍ଦ୍ର କରି ମଙ୍ଗଳବାର ମଧ୍ୟାହ୍ନରେ ଏହି ହିଂସାକାଣ୍ଡ ଘଟିଛି । ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି । ଘଟଣାରେ ଜଡ଼ିତ ଅଭିଯୁକ୍ତଙ୍କୁ ଖୁବ୍ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ ସୂଚନା ଦେଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande