
ଭୁବନେଶ୍ୱର,୧୨ ମଇ (ହି.ସ)- ରାଜ୍ୟ ବିଜେପି କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଦିନ ଅଭିଯୋଗ ଶୁଣାଣି' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗ ଦେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ବ୍ୟକ୍ତିଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ସଠିକ ପ୍ରକ୍ରିୟା ମାଧ୍ୟମରେ ଅଭିଯୋଗ ଗୁଡ଼ିକର ଯାଂଚ କରିବା ସହ ଯଥାଶୀଘ୍ର ସମାଧାନ ପାଇଁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା