ସିବିଏସଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର, ୧୩ ମଇ (ହି.ସ.)- ସିବିଏସଇ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ସବୁ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (
cm


ଭୁବନେଶ୍ୱର, ୧୩ ମଇ (ହି.ସ.)- ସିବିଏସଇ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ସବୁ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ସଫଳତାର ସହ ଉତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ।

ପରୀକ୍ଷା ଫଳ ନିର୍ବିଶେଷରେ, ସମସ୍ତେ ଦୃଢ଼ ଆତ୍ମବିଶ୍ୱାସର ସହ ଜୀବନର ପ୍ରତିଟି ଆହ୍ୱାନକୁ ସାମ୍ନା କରି ଆଗକୁ ବଢ଼ନ୍ତୁ। ଆମର ଏହି ପ୍ରତିଭାବାନ ଯୁବପିଢ଼ି ହିଁ ସମୃଦ୍ଧ ଓଡ଼ିଶାର ସାରଥୀ ସାଜିବେ। ସମସ୍ତ ଛାତ୍ରଛାତ୍ରୀଙ୍କର ସଫଳ ଏବଂ ପ୍ରଗତିଶୀଳ ଭବିଷ୍ୟତ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande