
ଭୁବନେଶ୍ୱର, 13 ମେ (ହି.ସ.)- କଣ୍ଟାବାଞ୍ଜିର
ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ
କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ରାଜନେତା
ତଥା କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ଖବର ପାଇ ମୁଁ ଦୁଃଖିତ।
ମୁଖ୍ୟମନ୍ତ୍ରୀ କହିଛନ୍ତି
ଯେ, ଜଣେ ଅଭିଜ୍ଞ ଜନପ୍ରତିନିଧି ଭାବେ ସେ ସର୍ବଦା ସ୍ମରଣୀୟ ରହିବେ। ଏହି ଦୁଃଖଦ ସମୟରେ ମୁଁ
ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା