ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୯୬.୦ ମି.ମି. ବର୍ଷା ବର୍ଷା
ଭୁବନେଶ୍ୱର, ୧୪ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୯୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୫୫.୨ ମି.ମି., କଟକ ଜିଲ୍ଲାର ତିଗିରିଆରେ ୫୨.୦ ମି.ମି., ଝ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୯୬.୦ ମି.ମି. ବର୍ଷା ବର୍ଷା


ଭୁବନେଶ୍ୱର, ୧୪ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୯୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୫୫.୨ ମି.ମି., କଟକ ଜିଲ୍ଲାର ତିଗିରିଆରେ ୫୨.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର କୋଲାବିରାରେ ୪୬.୪ ମି.ମି., ଦେବଗଡ଼ ଜିଲ୍ଲାର ରିଆମାଳରେ ୪୫.୮ ମି.ମି., କେନ୍ଦୁଝର ଜିଲ୍ଲାର ଝୁମ୍ପୁରାରେ ୪୨.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ଯାମଦାରେ ୪୨.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ବେଗୁନିଆରେ ୪୨.୦ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୩୫.୮ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୩୫.୦ ମି.ମି., ଅନୁଗୁଳ ଜିଲ୍ଲାର ଛେଣ୍ଡିପଦାରେ ୩୩.୬ ମି.ମି., ବଲାଙ୍ଗିର ଜିଲ୍ଲାର ତୁରେକେଲାରେ ୩୨.୦ ମି.ମି. ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୩୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande