ଓଡ଼ିଶାରେ ଜୁଲାଇ ୧ରୁ ତୃତୀୟ ପର୍ଯ୍ୟାୟ ଏସଆଇଆର
ଭୁବନେଶ୍ୱର, ୧୪ ମଇ (ହି.ସ.)- ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଓଡ଼ିଶା ସମେତ ଦେଶର ୧୬ଟି ରାଜ୍ୟ ଏବଂ ୩ଟି କେନ୍ଦ୍ରଶାସିତ ଅଂଚଳରେ ଭୋଟର ତାଲିକାର ତୃତୀୟ ପର୍ଯ୍ୟାୟ “ସ୍ୱତନ୍ତ୍ର ସଘନ ସଂଶୋଧନ” (ଏସ୍ଆଇଆର) କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଜନଗଣନା ପାଇଁ ଚାଲିଥିବା ଘର
SIR


ଭୁବନେଶ୍ୱର, ୧୪ ମଇ (ହି.ସ.)- ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଓଡ଼ିଶା ସମେତ ଦେଶର ୧୬ଟି ରାଜ୍ୟ ଏବଂ ୩ଟି କେନ୍ଦ୍ରଶାସିତ ଅଂଚଳରେ ଭୋଟର ତାଲିକାର ତୃତୀୟ ପର୍ଯ୍ୟାୟ “ସ୍ୱତନ୍ତ୍ର ସଘନ ସଂଶୋଧନ” (ଏସ୍ଆଇଆର) କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଜନଗଣନା ପାଇଁ ଚାଲିଥିବା ଘର ଗଣନା ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ଏହି ସମୟସୂଚୀ ନିର୍ଦ୍ଧାରଣ କରାଯାଇଥିବା କମିଶନ ସୂଚନା ଦେଇଛନ୍ତି।

ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ହିମାଚଳ ପ୍ରଦେଶ, ଜାମ୍ମୁ ଓ କାଶ୍ମୀର ଏବଂ ଲଦାଖକୁ ବାଦ୍ ଦେଇ ଏହି ସଂଶୋଧନ କାର୍ଯ୍ୟକ୍ରମ ସମଗ୍ର ଦେଶରେ ପର୍ଯ୍ୟାୟକ୍ରମେ ଚାଲିବ। ଏହି ତିନିଟି ଅଂଚଳରେ ପ୍ରତିକୂଳ ପାଣିପାଗ ଏବଂ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ଶେଷ ହେବା ପରେ ଅଲଗା ଭାବେ କାର୍ଯ୍ୟସୂଚୀ ଘୋଷଣା କରାଯିବ।

ଏସଆଇଆର ପାଇଁ ଯୋଗ୍ୟତା ତାରିଖ: ୦୧.୦୭.୨୦୨୬ ରହିଥିବା ବେଳେ ୨୦.୦୫.୨୦୨୬ ରୁ ୨୯.୦୫.୨୦୨୬ ପର୍ଯ୍ୟନ୍ତ ପ୍ରସ୍ତୁତି, ପ୍ରଶିକ୍ଷଣ ଓ ମୁଦ୍ରଣ କାର୍ଯ୍ୟ ଚାଲିବ। ୩୦.୦୫.୨୦୨୬ ରୁ ୨୮.୦୬.୨୦୨୬ ପର୍ଯ୍ୟନ୍ତ ବିଏଲଓମାନଙ୍କ ଦ୍ୱାରା ଘରେ ଘରେ ପରିଦର୍ଶନ କରାଯିବ। ୨୮.୦୬.୨୦୨୬ ସୁଦ୍ଧା ମତଦାନ କେନ୍ଦ୍ରଗୁଡିକର ଯୁକ୍ତିସଙ୍ଗତ ପୁନର୍ବିନ୍ୟାସ କରାଯିବ। ୦୫.୦୭.୨୦୨୬ରେ ଖସଡା ଭୋଟର ତାଲିକା ପ୍ରକାଶ ପାଇବ । ଦାବି ଓ ଆପତି ଦାଖଲ ପାଇଁ ସମୟସୀମା ୦୫.୦୭.୨୦୨୬ ରୁ ୦୪.୦୮.୨୦୨୬ ପର୍ଯ୍ୟନ୍ତ ରଖାଯାଇଛି। ୦୬.୦୯.୨୦୨୬ରେ ଅନ୍ତିମ ଭୋଟର ତାଲିକା ପ୍ରକାଶ ପାଇବ ।

ରାଜ୍ୟରେ ହେବାକୁ ଥିବା ଏହି ବ୍ୟାପକ ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାରେ ପ୍ରାୟ ୩୮ ହଜାର ୧୨୩ ଜଣ ବୁଥ୍ ସ୍ତରୀୟ ଅଧିକାରୀ (ବିଏଲଓ) ଘରେ ଘରେ ପହଂଚି ଭୋଟରଙ୍କ ତଥ୍ୟ ଯାଂଚ କରିବେ। ସେମାନଙ୍କୁ ସହଯୋଗ କରିବା ପାଇଁ ରାଜ୍ୟରେ ବିଭିନ୍ନ ରାଜନୈତିକ ଦଳ ତରଫରୁ ୨୭ ହଜାର ୭୨୩ ଜଣ ବୁଥ ସ୍ତରୀୟ ଏଜେଂଟ (ବିଏଲଏ) ନିୟୋଜିତ ହୋଇଛନ୍ତି।

ସ୍ୱଚ୍ଛ ଓ ନିରପେକ୍ଷ ସଂଶୋଧନ ପ୍ରକ୍ରିୟା ନିଶ୍ଚିତ କରିବା ପାଇଁ ପ୍ରତ୍ୟେକ ବୁଥ୍ ରେ ଜଣେ କରି ବୁଥ୍ ସ୍ତରୀୟ ଏଜେଂଟ ନିଯୁକ୍ତ କରିବାକୁ ସମସ୍ତ ରାଜନୈତିକ ଦଳଙ୍କୁ ନିର୍ବାଚନ କମିଶନ ଅନୁରୋଧ କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ହୋଇଥିବା ଦୁଇଟି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରେ ପ୍ରାୟ ୫୯ କୋଟି ଭୋଟରଙ୍କ ତଥ୍ୟ ସଫଳତାର ସହ ସଂଶୋଧନ କରାଯାଇଥିଲା। । ଏହି ପ୍ରକ୍ରିୟାର ବିଭିନ୍ନ ପର୍ଯ୍ୟାୟରେ ୬.୩ ଲକ୍ଷରୁ ଅଧିକ ବୁଥ୍ ସ୍ତରୀୟ ଅଧିକାରୀ (ବିଏଲଓ) ଓ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ୯.୨ ଲକ୍ଷ ବୁଥ୍ ସ୍ତରୀୟ ଏଜେଂଟ (ବିଏଲଏ) ମାନଙ୍କୁ ନିଯୁକ୍ତ କରାଯାଇଥିଲା

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande