
ଭୁବନେଶ୍ୱର,୧୫ ମଇ (ହି.ସ) - ଆସନ୍ତା ମଇ ୧୮ ଓ ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରଚଣ୍ଡ ରୌଦ୍ର ତାପ ଯୋଗୁଁ ଆସନ୍ତା ସୋମବାର ମଇ ୧୮ ତାରିଖ ଓ
ପରବର୍ତୀ ସୋମବାର ମଇ ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା