
ଭୁବନେଶ୍ୱର, ୧୫ ମଇ (ହି.ସ.)- ମଇ ୧୫ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ୨୧ ଜିଲ୍ଲା, ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ୧୮ ଜିଲ୍ଲା, ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୧୮ ଜିଲ୍ଲା ଏବଂ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୦ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ