ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ୧୮ ମଇ (ହି.ସ.) - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମାବର ଦିନ ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ କ
df


ଭୁବନେଶ୍ୱର, ୧୮ ମଇ (ହି.ସ.) - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମାବର ଦିନ ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି ପାଇକ ବିଦ୍ରୋହ ହେଉଛି ଓଡ଼ିଆ ଜାତିର ସ୍ୱାଭିମାନ, ଅସ୍ମିତା ଓ ଗୌରବମୟ ଐତିହ୍ୟର ଅନନ୍ୟ ପ୍ରତୀକ । ଆଗାମୀ ଦିନରେ ଏହି ସ୍ମାରକୀ ଆମ ଯୁବପିଢ଼ିଙ୍କୁ ସର୍ବଦା ଅନୁପ୍ରାଣିତ କରିବ ବୋଲି ମୋର ବିଶ୍ୱାସ । ଏହି ଅବସରରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande