କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ନୂଆପଡ଼ା, ୧୮ ମଇ(ହି.ସ.) – ନୂଆପଡ଼ା ଜିଲ୍ଲା କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସହ ବନଖଣ୍ଡ ଅଧିକାରୀ ପ୍ରାନ୍ତୀୟ ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜ
Grivance at komana


ନୂଆପଡ଼ା, ୧୮ ମଇ(ହି.ସ.) – ନୂଆପଡ଼ା ଜିଲ୍ଲା କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସହ ବନଖଣ୍ଡ ଅଧିକାରୀ ପ୍ରାନ୍ତୀୟ ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଦ୍ୱାରିକାନାଥ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଆଜି ଶିବିରରେ ୫୦ ଗୋଟି ବ୍ୟକ୍ତିଗତ ଓ ୯ଟି ଗୋଷ୍ଠିଗତ ମୋଟ ୫୯ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ। ସମସ୍ତ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି, ଜଣେ ଅସହାୟଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୫ ହଜାର ଟଙ୍କା ତତ୍କାଳୀନ ସହାୟତା ପ୍ରଦାନ କରାଯାଇଥିଲା। ଡେପୁଟୀ ଜିଲ୍ଲାପାଳ ଚିନ୍ମୟ ସାଗର ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ କ୍ଷ ଏହି ଅଭିଯୋଗ ଶୁଣାଣୀ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ଶିବିର ତଥା ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜନ କରା ଯାଇଥିଲା। ଏହି ଅବସରରେ ଜଟଗଡ ଗ୍ରାମ ପଂଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଓ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗୃହପାଳିତ ପଶୁପକ୍ଷୀମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀ ପାଇଁ ଦିନଟିଏ ନାମରେ ଗୋଟିଏ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା।

.......................................

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande