ଦୁର୍ଘଟଣାରେ ଛତ୍ରପୁରର ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର,୧୯ ମଇ (ହି.ସ.) - ଗଞ୍ଜାମ ଜିଲ୍ଲା ଛତ୍ରପୁର ତହସିଲର ପ୍ରଫୁଲ୍ଲ ପ୍ରଧାନ (ପିତା – ଘନ ପ୍ରଧାନ )ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ
rg


ଭୁବନେଶ୍ୱର,୧୯ ମଇ (ହି.ସ.) - ଗଞ୍ଜାମ ଜିଲ୍ଲା ଛତ୍ରପୁର ତହସିଲର ପ୍ରଫୁଲ୍ଲ ପ୍ରଧାନ (ପିତା – ଘନ ପ୍ରଧାନ )ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande