
ମାଲକାନଗିରି, ୧୯ ମଇ (ହି.ସ.)- ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ କାଲିମେଳା ୩୨୬ ଜାତୀୟ ରାଜପଥ ପୋଲିସ ଚେକ୍ ପୋଷ୍ଟ ନିକଟରେ ଥିବା ଏକ (ଲାଡି )କୁଡ଼ିଆ ଭିତରୁ ଏକ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ କାଲିମେଳା ହାଟପଦା ସାହିର ସପନ ପାଲ ବୋଲି ଜଣାପଡ଼ିଛି । ଆଜି ସକାଳୁ ମୃତଦେହ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ । ଖବର ପାଇ କାଲିମେଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ପାରିପାର୍ଶ୍ଵିକ ଅବସ୍ଥା ଦେଖିଲେ ଏହା ଏକ ହତ୍ୟାକାଣ୍ଡ ହୋଇ ଥାଇପାରେ ବୋଲି ସ୍ଥାନୀୟବାସିନ୍ଦାଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି । ଏଯାବତ୍ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ତଦନ୍ତ ପରେ ଘଟଣାର ପ୍ରକୃତ ତଥ୍ୟ ମିଳିପାରିବ।
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ