
ଭୁବନେଶ୍ୱର, ୧୯ ମଇ (ହି.ସ.)- ମଇ ୧୯ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ରୁ ୨୨ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ