ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି : ୪ ଘଂଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ, ୧୯ ମଇ (ହି.ସ.)- ଆସନ୍ତାକାଲି ଅର୍ଥାତ୍ ବୁଧବାର ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଂଟା ସର୍ବସାଧାରଣ
ଶ୍ରୀମନ୍ଦିର


ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି : ୪ ଘଂଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ


ପୁରୀ, ୧୯ ମଇ (ହି.ସ.)- ଆସନ୍ତାକାଲି ଅର୍ଥାତ୍ ବୁଧବାର ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଂଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ ।

ଶ୍ରୀଜୀଉଙ୍କ ବନକ ଲାଗି ତଥା ଶ୍ରୀମୁଖ ଶୃଙ୍ଗାରରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର ହୋଇଥାଏ । ବନକଲାଗି ଶ୍ରୀଜୀଉଙ୍କ ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିଥାଏ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ଅନୁଷ୍ଠିତ ହେବ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande