
ଭୁବନେଶ୍ୱର,୧୯ ମଇ (ହି.ସ.) - ପ୍ରତ୍ୟେକ ମଙ୍ଗଳବାର ଭଳି ଆଜି ମଧ୍ୟ ଜନଶୁଣାଣି କରି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିବା ସହିତ ସେଗୁଡ଼ିକର ସଠିକ୍ ଏବଂ ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିଟି ନାଗରିକଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରି ସେମାନଙ୍କୁ ନ୍ୟାୟ ପ୍ରଦାନ କରିବା ଦିଗରେ ଆମେ ସଦା ଚେଷ୍ଟିତ ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ କହିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା