ବ୍ରହ୍ମପୁରରେ ବିଚ ରାସ୍ତାରେ ଯୁବକ ଓ ତାଙ୍କ ବାନ୍ଧବୀଙ୍କୁ ଆକ୍ରମଣ ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ନବୀନ ପଟ୍ଟନାୟକ
ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି- ବିରୋଧୀ ଦଳ ନେତା ଭୁବନେଶ୍ୱର, 19 ମେ (ହି.ସ.)ବ୍ରହ୍ମପୁରରେ ଜଣେ ଯୁବକ ଉମେଶ ରଥ ଓ ତାଙ୍କ ବାନ୍ଧବୀଙ୍କ ଉପରେ ହୋଇଥିବା ଅମାନୁଷିକ ଆକ୍ରମଣ ଘଟଣାକୁ ନିନ୍ଦା କରିଛନ୍ତି ବିରୋଧୀ ଧଳ ନେତା ନବୀନ ପଟ୍ଟନାୟକ ।
ବ୍ରହ୍ମପୁରରେ ବିଚ ରାସ୍ତାରେ ଯୁବକ ଓ ତାଙ୍କ ବାନ୍ଧବୀଙ୍କୁ     ଆକ୍ରମଣ ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ନବୀନ ପଟ୍ଟନାୟକ


ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି-

ବିରୋଧୀ ଦଳ ନେତା

ଭୁବନେଶ୍ୱର, 19 ମେ (ହି.ସ.)ବ୍ରହ୍ମପୁରରେ ଜଣେ ଯୁବକ ଉମେଶ ରଥ ଓ ତାଙ୍କ

ବାନ୍ଧବୀଙ୍କ ଉପରେ ହୋଇଥିବା ଅମାନୁଷିକ ଆକ୍ରମଣ ଘଟଣାକୁ ନିନ୍ଦା କରିଛନ୍ତି ବିରୋଧୀ ଧଳ ନେତା

ନବୀନ ପଟ୍ଟନାୟକ । ଘଟଣାକୁ ନେଇ ନବୀନ ଉଦବେଗ ପ୍ରକାଶ କରିବା ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ

କରିଛନ୍ତି ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ ସେୟାର କରି

ନବୀନ କହିଛନ୍ତି ଯେ, ଅରାଜକତାର ଭୟଙ୍କର ଚିତ୍ର ଓଡ଼ିଶା ଦେଖୁଛି,

ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି। ବ୍ରହ୍ମପୁରର

ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି

ମରଣାନ୍ତକ ଆକ୍ରମଣ କରାଯିବାର ଦୃଶ୍ୟ ଅତ୍ୟନ୍ତ ଅମାନୁଷିକ। ସାରା ଓଡ଼ିଶାବାସୀଙ୍କୁ ଏହା

ଆତଙ୍କିତ ଓ ବିଚଳିତ କରିଛି।

ନବୀନ କହିଛନ୍ତି ଯେ, ଲାଗୁଛି ବିଜେପି ସରକାର

ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି। ଭୟଶୂନ୍ୟ ହୋଇ ଅପରାଧିମାନେ ଅତ୍ୟନ୍ତ ନୃଶଂସ କାଣ୍ଡ

ଘଟାଉଛନ୍ତି। କୁଆଡ଼େ ଯାଉଛି ପୋଲିସ ପ୍ରଶାସନ, କୁଆଡ଼େ ଯାଉଛି ଆଇନ

କାନୁନର ବ୍ୟବସ୍ଥା ବୋଲି ସେ ପ୍ରଶ୍ନ ଉଠାଇଛନ୍ତି ।

ବିଜେପି ସରକାର ଉତ୍ସବରେ ମାତି ସାଧାରଣ ଜନତାଙ୍କ

ସୁରକ୍ଷାକୁ ଆଉ କେତେ ବିପନ୍ନ କରିବ? ଓଡ଼ିଶା କେତେ ଆଉ

ଲଜ୍ଜିତ ହେବ? ମିଛ ବାହାସ୍ଫୋଟରେ ସରକାର

ଚାଲେନି, ଲୋକଙ୍କୁ ସୁରକ୍ଷା ଦରକାର

ବୋଲି କହି ବର୍ଷିଛନ୍ତି ।

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ଗୁଣ୍ଡାରାଜ୍ ଶାସନ ପାଇଁ

ଓଡ଼ିଶା ସାରା ଦେଶରେ ନିନ୍ଦିତ ହେଉଛି। ବିଜେପି ସରକାର ଅପରାଧୀଙ୍କୁ ସୁରକ୍ଷା ଦେବା ଛାଡୁ।

ତୁରନ୍ତ ଦୋଷୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନେଇ ସାଧାରଣ ଲୋକଙ୍କ ସୁରକ୍ଷା

ସୁନିଶ୍ଚିତ କରୁ ବୋଲି ସେ ଦାବି କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande