
ଭୁବନେଶ୍ୱର, ୨ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କନ୍ଧମାଳ ଜିଲ୍ଲାର ଚକାପାଦରେ ସର୍ବାଧିକ ୭୬.୬ ମି.ମି. ବର୍ଷା ରେକର୍ଡ଼଼ ହୋଇଛି ।
ସେହିପରି କନ୍ଧମାଳ ଜିଲ୍ଲାର ଟିକାବାଲିରେ ୭୨.୦ ମି.ମି., ଫିରିଙ୍ଗିଆରେ ୪୯.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ତିରିଂରେ ୪୮.୨ ମି.ମି., ଶୁଳିଆପଦାରେ ୪୨.୦ ମି.ମି., କଳାହାଣ୍ଡି ଜିଲ୍ଲାର କୋକସରାରେ ୩୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବହଳଦାରେ ୩୬.୦ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁରରେ ୨୫.୦ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୨୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ୨୧.୦ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୨୧.୦ ମି.ମି., କନ୍ଧମାଳ ଜିଲ୍ଲାର କେ. ନୂଆଗାଁରେ ୨୧.୦ ଏବଂ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୧୮.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ