
ଭୁବନେଶ୍ୱର, ୨ ମଇ (ହି.ସ.)- ମଇ ୨ରୁ ୫ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।
ଏହି ସମୟରେ ଉତର ଓଡ଼ିଶା ଉପକୂଳ ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ଏହାର ଝଟକା ୬୦ କି.ମି. ଛୁଇଁପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ