ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨ ମଇ (ହି.ସ.)- ମଇ ୨ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ସୋନପୁର, ବଲାଙ୍ଗିର, ନୂଆପଡାକୁ ବାଦ୍
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨ ମଇ (ହି.ସ.)- ମଇ ୨ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ସୋନପୁର, ବଲାଙ୍ଗିର, ନୂଆପଡାକୁ ବାଦ୍ ଦେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ୩୦ରୁ ୪୦ କି.ମି. ରହିପାରେ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande