
ଭୁବନେଶ୍ୱର, ୨୦ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ମଇ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ବରଗଡ଼, ବୌଦ୍ଧ, ବଲାଙ୍ଗିର, ନୂଆପଡା, କଳାହାଣ୍ଡି ।
ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୨୧ ତାରିଖ ୧୨ ଜିଲ୍ଲା, ୨୨ ତାରିଖ ୧୨ ଜିଲ୍ଲା, ୨୩ ତାରିଖ ୧୦ ଜିଲ୍ଲା, ୨୪ ତାରିଖ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ