କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୦ ମଇ (ହି.ସ.)- ମଇ ୨୦ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କ
କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୦ ମଇ (ହି.ସ.)- ମଇ ୨୦ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ /ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୧ ରୁ ୨୨ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୨୦ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା୧୧ ଜିଲ୍ଲା, ୨୬ରୁ ୨୭ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande