
ଭୁବନେଶ୍ୱର, ୨୦ ମଇ (ହି.ସ.)- ଗରମ ରାତି ନେଇ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ରାତି ନେଇ ୨୦ ତାରିଖ ୨ ଜିଲ୍ଲା(ସମ୍ବଲପୁର,ବଲାଙ୍ଗିର)କୁ ଚେତାବନୀ ଜାରି ହୋଇଛି । ସମ୍ବଲପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଗରମ ରାତି ନେଇ ୨୧ ତାରିଖ ୨ ଜିଲ୍ଲା(ସମ୍ବଲପୁର,ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖ ୨ ଜିଲ୍ଲା (ସମ୍ବଲପୁର,ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖ ୨ ଜିଲ୍ଲା (ସମ୍ବଲପୁର,ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ୨ ଜିଲ୍ଲା (ସମ୍ବଲପୁର,ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ