
ଭୁବନେଶ୍ୱର, ୨୦ ମଇ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୨୦ ତାରିଖ ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ହିଟ୍ ୱେଭ୍ ନେଇ ୨୦ ତାରିଖ ସମ୍ବଲପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୩ ଜିଲ୍ଲା (ଝାରସୁଗୁଡ଼ା, ଅନୁଗୁଳ, ନୟାଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୧ ତାରିଖ ସମ୍ବଲପୁର, ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୭ ଜିଲ୍ଲା(ଭଦ୍ରକ, ଯାଜପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା, ସୋନପୁର) କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖ ସମ୍ବଲପୁର, ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୭ ଜିଲ୍ଲା(ଭଦ୍ରକ, ଯାଜପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା, ସୋନପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୩ ତାରିଖ ସମ୍ବଲପୁର, ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୯ ଜିଲ୍ଲା(ଭଦ୍ରକ, ଯାଜପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା, ସୋନପୁର, ବରଗଡ଼, ନୂଆପଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ସମ୍ବଲପୁର, ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୯ ଜିଲ୍ଲା(ଭଦ୍ରକ, ଯାଜପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା, ସୋନପୁର, ବରଗଡ଼, ନୂଆପଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ