
ଭୁବନେଶ୍ୱର, ୨୧ ମଇ (ହି.ସ.)- ମଇ ୨୧ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲା(କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୧୦ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା, ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା ଏବଂ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ