
ଭୁବନେଶ୍ୱର, ୨୨ ମଇ (ହି.ସ.)- ଗରମ ରାତି ନେଇ ମଇ ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ରାତି ନେଇ ୨୨ ତାରିଖ ୨ ଜିଲ୍ଲା (ସମ୍ବଲପୁର,ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଗରମ ରାତି ନେଇ ୨୩, ୨୪, ୨୫ ଞ ୨୬ ତାରିଖ ୨ ଜିଲ୍ଲା (ସମ୍ବଲପୁର, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ