
ଭୁବନେଶ୍ୱର, ୨୨ ମଇ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ହିଟ୍ ୱେଭ୍ ନେଇ ୨୨ ତାରିଖ ୩ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୮ ଜିଲ୍ଲା(ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୩ ତାରିଖ ୩ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୮ ଜିଲ୍ଲା(ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୪ ତାରିଖ ୫ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ୩ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନୁରୂପ ଭାବେ ୨୬ ତାରିଖ ୩ ଜିଲ୍ଲା (ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ