କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : କୁଆପଥରଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୨ ମଇ (ହି.ସ.)- ମଇ ୨୨ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । କୁଆପଥରଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଢ଼େ
କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : କୁଆପଥରଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୨ ମଇ (ହି.ସ.)- ମଇ ୨୨ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

କୁଆପଥରଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୧୭ ଜିଲ୍ଲା, ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ଦୁଇ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande