
ଭୁବନେଶ୍ୱର, ୨୩ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ମଇ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ।
ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୨୪ ତାରିଖ ୧୩ ଜିଲ୍ଲା, ୨୫ ତାରିଖ ୧୩ ଜିଲ୍ଲା, ୨୬ ତାରିଖ ୧୧ ଜିଲ୍ଲା ଏବଂ ୨୭ ତାରିଖ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ